Saturday, January 11, 2025
Saturday, January 11, 2025
Home Home ପ୍ରବଳ ବର୍ଷିବ, ୪ଜିଲାକୁ ଆଲର୍ଟ କଲେ SRC

ପ୍ରବଳ ବର୍ଷିବ, ୪ଜିଲାକୁ ଆଲର୍ଟ କଲେ SRC

by
0 comment

ଭୁବନେଶ୍ୱର,୨୪।୫: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଅବପାତର ରୂପ ନେଇ ବାଂଲାଦେଶ ମୁହାଁ ହେଉଛି। ଯାହା ମେ ୨୬ ମଧ୍ୟରାତ୍ରିରେ ଲ୍ୟାଣ୍ଡଫଲ କରିବ ବୋଲି ସୂଚନା ରହିଛି। କିନ୍ତୁ ଆସନ୍ତାକାଲି ଅର୍ଥାତ୍‌ ଶନିବାରରୁ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ଏଥିପାଇଁ ୪ ଜିଲାର ଜିଲ୍ଲାପାଳଙ୍କୁ ଆଲର୍ଟ କରିଛନ୍ତି SRC।

ବାତ୍ୟା ରେମଲ ଉତ୍ତରପୂର୍ବ ଦିଗରେ ଗତି କରୁଛି। ବାଂଲାଦେଶ ଖେପୁପରା ଉପକୂଳରୁ ୮୦୦ କିଲୋମିଟର ଦକ୍ଷିଣ-ଦକ୍ଷିଣ ପଶ୍ଚିମ ଓ ପଶ୍ଚିମବଙ୍ଗ ଉପକୂଳରୁ ୮୧୦ କିଲୋମିଟର ଦକ୍ଷିଣରେ କେନ୍ଦ୍ରୀଭୂତ ରହିଛି। ଶନିବାର ସକାଳ ସୁଦ୍ଧା ଅବପାତ ଆହୁରି ଘନୀଭୂତ ହୋଇ ବଙ୍ଗୋପସାଗରରେ ବାତ୍ୟାରେ ପରିଣତ ହେବ। କିନ୍ତୁ ଓଡ଼ିଶାରେ ଏହାର ପ୍ରଭାବ ଦେଖାଯିବ। ରାଜ୍ୟର ୪ ଜିଲାରେ ବର୍ଷା, ପବନ ହେବାର ସମ୍ଭାବନା ରହିଛି। ଏଥିପାଇଁ ଏସଆରସି କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର ଏବଂ ମୟୂରଭଂଜ ଜିଲ୍ଲାପାଳଙ୍କୁ ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଆଲର୍ଟ କରିଛନ୍ତି।

Advertisement

ଧରିତ୍ରୀ କାର୍ଟୁନ

Model This Week

ପିଲାଙ୍କ ଧରିତ୍ରୀ

Why Dharitri

You may also like

Leave a Comment

About Us

Welcome to janashakti.news/od, your trusted source for breaking news, insightful analysis, and captivating stories from around the globe. Whether you’re seeking updates on politics, technology, sports, entertainment, or beyond, we deliver timely and reliable coverage to keep you informed and engaged.

@2024 – All Right Reserved – janashakti.news/od