Wednesday, February 5, 2025
Wednesday, February 5, 2025
Home ଦେଶ- ବିଦେଶ ଦିଲ୍ଲୀ ନିର୍ବାଚନ ପାଇଁ ଆଜି ପ୍ରଚାରର ଶେଷ ଦିନ

ଦିଲ୍ଲୀ ନିର୍ବାଚନ ପାଇଁ ଆଜି ପ୍ରଚାରର ଶେଷ ଦିନ

by
0 comment

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଆଜି ସନ୍ଧ୍ୟା ୫ଟାରେ ସରିଯିବ ନିର୍ବାଚନ ପ୍ରଚାର । ଏହାପରେ ଫେବ୍ରୁଆରି ୫ ତାରିଖରେ ଦେଢକୋଟିରୁ ଅଧିକ ଭୋଟର ଭୋଟ ଦେଇ ବାଛିବେ ନେତା ଓ ସରକାର ।  ପ୍ରଚାରରେ ଶେଷ ଦିନ ହୋଇଥିବାରୁ ସବୁ ରାଜନୈତିକ ଦଳ ନିଜର ହଭିୱେଟ ନେତାଙ୍କୁ ମୈଦାନକୁ ଓହ୍ଲାଇ ଜୋରସୋରରେ ପ୍ରଚାର କରିବେ । 

ସକାଳୁ ସନ୍ଧ୍ୟା ଯାଏ ଜନସଭା, ରେଲି, ରୋଡ ସୋ, ପଦଯାତ୍ରା, ଜନସଂପର୍କ ଯାତ୍ରାରେ ପ୍ରଚାର ରାଜନୀତି ସରଗରମ ରହିବ ।  ଜନତାଙ୍କ ମନ ଜିଣିବାକୁ ବିଜେପି, କଂଗ୍ରେସ, ଆମ ଆଦାମୀ ପାର୍ଟି ସମେତ ସବୁ ରାଜନୈତିକ ଦଳ ନିଜର ସମସ୍ତ ଶକ୍ତି ଖଟାଇଦେବେ  । 

ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ ଦଳର ଷ୍ଟାର ପ୍ରଚାରକ ଓ ହେଭିୱେଟ ନେତା । ଦିଲ୍ଲୀର ୭୦ ବିଧାନସଭା ଆସନରେ ଏଥର ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି ୬୯୯ ଜଣ ପ୍ରାର୍ଥୀ ।

୫ ତାରିଖରେ ଭୋଟ ଗ୍ରହଣ ହେବାକୁ ଥିବା ବେଳେ ଆରମ୍ଭ ହୋଇଯାଇଛି ପୋଷ୍ଟାଲ ଭୋଟ୍ । ସେପଟେ ଭୋଟ ପାଇଁ ଦିଲ୍ଲୀରେ ମୋଟ ୧୩ ହଜାର ୭୬୬ ମତଦାନ କେନ୍ଦ୍ରର ବ୍ୟବସ୍ଥା କରାଯାଇଛି । ସେଥିମଧ୍ୟରୁ ୭୦ଟି ପୋଲିଂ ସେଣ୍ଟର କେବଳ ମହିଳାଙ୍କ ପାଇଁ, ୭୦ଟି ମତଦାନ କେନ୍ଦ୍ର ଦିବ୍ୟାଙ୍ଗଙ୍କ ପାଇଁ ରହିବ । 

ଏହାଛଡ଼ା ମତଦାନରେ ଯୁବ ଭୋଟରଙ୍କ ସହଭାଗିତା ବଢାଇବା ପାଇଁ ୭୦ଟି ସ୍ୱତନ୍ତ୍ର ମତଦାନ କେନ୍ଦ୍ରର ବ୍ୟବସ୍ଥା କରାଯାଇଛି ।  ନିର୍ବାଚନ ପ୍ରକ୍ରିୟା ସୁଚାରୁ ରୁପେ ସଂପନ୍ନ କରାଇବା ପାଇଁ ୧ ଲକ୍ଷରୁ ଅଧିକ କର୍ମଚାରୀ ନିୟୋଜିତ ହେବେ । ସେହିପରି ଆଇନଶୃଙ୍ଖଳା ସମ୍ଭାଳିବାକୁ ନିୟୋଜିତ ହେବେ ୩୫ ହଜାର ଯବାନ, ୧୯ ହଜାର ହୋମଗାର୍ଡ ଓ ୨୨୦ କେନ୍ଦ୍ରୀୟ ସୁରକ୍ଷା ବଳ କମ୍ପାନୀ । 

You may also like

Leave a Comment

About Us

Welcome to janashakti.news/od, your trusted source for breaking news, insightful analysis, and captivating stories from around the globe. Whether you’re seeking updates on politics, technology, sports, entertainment, or beyond, we deliver timely and reliable coverage to keep you informed and engaged.

@2024 – All Right Reserved – janashakti.news/od