Friday, January 10, 2025
Friday, January 10, 2025
Home Latest ଓଡ଼ିଶାରେ ରାଷ୍ଟ୍ରପତି: ଆଜି ନୌସେନା ପରାକ୍ରମ ଦେଖିବେ

ଓଡ଼ିଶାରେ ରାଷ୍ଟ୍ରପତି: ଆଜି ନୌସେନା ପରାକ୍ରମ ଦେଖିବେ

by
0 comment

ଭୁବନେଶ୍ବର: ଆଜିଠାରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୫ଦିନିଆ ଓଡ଼ିଶା ଗସ୍ତ ଆରମ୍ଭ ହୋଇଛି। ମଙ୍ଗଳବାର ଅପରାହ୍ଣ ସାଢ଼େ ୪ଟାରେ ରାଷ୍ଟ୍ରପତି ଭୁବନେଶ୍ବରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବା ପରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଡିଜିପି ୱାଇବି ଖୁରାନିଆ, ଭୁବନେଶ୍ବର ମେୟର ସୁଲୋଚନା ଦାସ ତାଙ୍କୁ ସ୍ବାଗତ  କରିଥିଲେ। ବିମାନବନ୍ଦରରେ ସ୍ବାଗତ ପରେ ରାଷ୍ଟ୍ରପତି ସେଠାରୁ ସିଧାସଳଖ ଚନ୍ଦ୍ରଶେଖରପୁର ନୀଳାଦ୍ରିବିହାରରେ ପହଞ୍ଚି ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିଥିଲେ। ଏହି ଅବସରରେ ରାଷ୍ଟ୍ରପତିଙ୍କୁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା, ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସ୍ବାଗତ ଜଣାଇଥିଲେ। କାର୍ଯ୍ୟକ୍ରମ ପରେ ରାଷ୍ଟ୍ରପତି ସେଠାରୁ ରାଜଭବନ ଆସିଥିଲେ। ସେଠାରେ ରାତ୍ରିଯାପନ କରିବେ।

ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

 ପରଦିନ ଅର୍ଥାତ ବୁଧବାର ସକାଳ ୯ଟାରେ ରାଜଭବନରୁ ବାହାରି ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ପୂର୍ବାହ୍ନ ୯ଟା ୪୫ମିନଟରେ ପୁରୀ ତାଳବଣିଆ ହେଲିପ୍ୟାଡ୍‌ରେ ଅବତରଣ ପରେ ୧୦ଟାରେ ଶ୍ରୀଜୀଉଙ୍କ ଦର୍ଶନ କରିବେ। ଏହାପରେ ୧୦.୫୦ରେ ପୁରୀସ୍ଥିତ ଶ୍ରୀଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ତମ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ମଧ୍ୟାହ୍ନ ୧୨ଟାରେ ସେଠାରୁ ବାହାରି ପୁରୀ ରାଜଭବନରେ ମଧ୍ୟାହ୍ନ ଭୋଜନ ସାରି ଅପରାହ୍ନ ୩ଟା ୩୦ରେ ନୌସେନା ଦିବସ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ରାଷ୍ଟ୍ରପତି ପୁରୀ ରାଜଭବନରେ ରାତ୍ରିଯାପନ କରିବାର କାର୍ଯ୍ୟକ୍ରମ ରହିଛି। ୫ ତାରିଖ ସକାଳ ୯ଟା ୩୫ମିନିଟରେ ପୁରୀରୁ ବାହାରି ପୂର୍ବାହ୍ନ ୧୦ଟା ୩୦ରେ ଭୁବନେଶ୍ୱର ବିଜୁପଟ୍ଟନାୟକ ବିମାନବନ୍ଦର ପହଞ୍ଚିବା ପରେ ୧୦ଟା ୫୦ରେ ‘ଓଡ଼ିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ’ର ୪୦ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ମଧ୍ୟାହ୍ନ ୧୨ଟାରେ ସେଠାରୁ ବାହାରି ରାଜଭବନରେ ମଧ୍ୟାହ୍ନ ଭୋଜନ କରିବାପରେ ସନ୍ଧ୍ୟା ୫ଟା ୧୦ରେ ଭୁବନେଶ୍ୱର ‘ଜୁଡିସିଆଲ କୋର୍ଟ କମ୍ପ୍ଲେକ୍ସ’ ର ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ସନ୍ଧ୍ୟା ୬ଟା ୩୦ରେ ସେଠାରୁ ବାହାରି ରାଜଭବନରେ ରାତ୍ରିଯାପନ କରିବେ। ୬ ତାରିଖରେ ଭୁବନେଶ୍ୱର ଏଜିଛକ ଠାରେ ବାବା ସାହେବଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ପରେ ମୟୂରଭଞ୍ଜ ଜିଲ୍ଲାର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ୭ତାରିଖ ଦିନ ଦିଲ୍ଲୀ ଫେରିଯିବେ।

You may also like

Leave a Comment

About Us

Welcome to janashakti.news/od, your trusted source for breaking news, insightful analysis, and captivating stories from around the globe. Whether you’re seeking updates on politics, technology, sports, entertainment, or beyond, we deliver timely and reliable coverage to keep you informed and engaged.

@2024 – All Right Reserved – janashakti.news/od