ଗୋପାଳପୁର: ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଚାଲିଥିବା ୬ ଦିନିଆ ଓଡ଼ିଶା ଆନ୍ତଃ ବିଶ୍ୱବିଦ୍ୟାଳୟ ସାହିତ୍ୟିକ ଓ ସାଂସ୍କୃତିକ ପ୍ରତିଯୋଗିତା ଆଜି ଉଦଯାପିତ ହୋଇଛି। ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଗୀତାଞ୍ଜଳି ଦାଶଙ୍କ ପ୍ରଚେଷ୍ଟାରେ ଆୟୋଜିତ କାର୍ଯ୍ୟକ୍ରମରେ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବ୍ରହ୍ମପୁର ଆଇଜରର ନିର୍ଦେଶକ ପ୍ରଫେସର ଅଶୋକ କୁମାର ଗାଙ୍ଗୁଲି ଯୋଗ ଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବେ କୋରାପୁଟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ତଥା ୟୁଜିସିର ମେମ୍ବର ପ୍ରଫେସର ସଚ୍ଚିଦାନନ୍ଦ ମାହାନ୍ତି, ପିଜି କାଉନସିଲ ଅଧକ୍ଷ ପ୍ରଫେସର ସୁକାନ୍ତ କୁମାର ତ୍ରିପାଠୀ, କୁଳ ସଚିବ ସଚ୍ଚିଦାନନ୍ଦ ନାୟକ, ପ୍ରଫେସର ସଦାନନ୍ଦ ନାୟକ ପ୍ରମୁଖ ମଞ୍ଚାସୀନ ଥିଲେ। ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ଦ୍ବାରା ପ୍ରସ୍ତୁତ ଦୈନିକ ପତ୍ରିକା ଅତିଥି ମାନଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିଲା। ଏହି ଅବସରରେ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ପ୍ରତିଯୋଗିତାରେ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ କ୍ଷୁଦ୍ର ନାଟକ, ଦଳ ଗତ ଲୋକନୃତ୍ୟ, ଆଧୁନିକ ନୃତ୍ୟ, ଓଡ଼ିଆ ବତ୍କୃତା, ରଚନା, ବାଦ୍ୟ ଯନ୍ତ୍ର ଆଦି ଭଲ ପଦର୍ଶନ କରିଥିବାରୁ ଅନ୍ୟ ବିଶ୍ଵବିଦ୍ୟାଳୟର ପ୍ରତିନିଧି ମାନେ ଶୁଭେଚ୍ଛା ଓ ଧନ୍ୟବାଦ ଜଣାଇଛନ୍ତି।
ଓଡ଼ିଶା ଆନ୍ତଃ ବିଶ୍ୱବିଦ୍ୟାଳୟ ସାହିତ୍ୟିକ ଓ ସାଂସ୍କୃତିକ ପ୍ରତିଯୋଗିତା ଉଦଯାପିତ
0