Sunday, February 23, 2025
Home Latest ଡିସେମ୍ବର ମାସର ଏହି ତାରିଖରେ ବିବାହ କରିବେ ଶୋଭିତା-ଚୈତନ୍ୟ

ଡିସେମ୍ବର ମାସର ଏହି ତାରିଖରେ ବିବାହ କରିବେ ଶୋଭିତା-ଚୈତନ୍ୟ

by
0 comment

ନୂଆଦିଲ୍ଲୀ: ସାଉଥ ଷ୍ଟାର ନାଗା ଚୈତନ୍ୟ ଏବଂ ଶୋଭିତା ଧୁଲିପାଲା ଏବେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ସେମାନଙ୍କ ସମ୍ପର୍କକୁ ବହୁତ ଲୁଚାଇ ରଖିଥିବା ବେଳେ କିଛି ଦିନ ତଳେ ନିର୍ବନ୍ଧ କରି ନିଜ ସମ୍ପର୍କ ବିଷୟରେ ସମସ୍ତଙ୍କୁ ଜଣାଇଥିଲେ। ଅଗଷ୍ଟ ମାସ ଆରମ୍ଭରେ, ସେମାନେ ନିର୍ବନ୍ଧ କରି ପରସ୍ପରକୁ ଭଲ ପାଉଥିବା ବିଷୟରେ ସାର୍ବଜନୀନ କରିଥିଲେ। ନିର୍ବନ୍ଧ ପରେ ପ୍ରଶଂସକମାନେ ଏହି ଦମ୍ପତିଙ୍କ ବିବାହକୁ ଅପେକ୍ଷା କରିଛନ୍ତି। ଏବେ ଚୈତନ୍ୟ ଏବଂ ଶୋଭିତାଙ୍କ ବିବାହର ତାରିଖକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।

କୁହାଯାଉଛି ଯେ, ଦୁହେଁ ଡିସେମ୍ବର ମାସରେ ବିବାହ କରିବେ। ମାସର ପ୍ରଥମ ସପ୍ତାହରେ ଅର୍ଥାତ୍ ଡିସେମ୍ବର ୪ରେ ଦୁହିଁଙ୍କ ବିବାହ ହେବ। ତେବେ ଏପର୍ଯ୍ୟନ୍ତ ଶୋଭିତା ଓ ଚୈତନ୍ୟ ଏନେଇ କୌଣସି ଘୋଷଣା କରିନାହାନ୍ତି। କିଛି ଦିନ ତଳେ ଶୋଭିତା ଧୁଲିପାଲା ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ କିଛି ଫଟୋ ସେୟାର କରି ବିବାହ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବା ଜଣାଇଥିଲେ।ଏଥିରେ ଅଭିନେତ୍ରୀ ତାଙ୍କ ବିବାହ ରୀତିନୀତି କରୁଥିବା ଦେଖିବାକୁ ମିଳିଥିଲା। ଫଟୋ ସେୟାର କରି ସେ କ୍ୟାପସନରେ ଲେଖିଥିଲେ, ବିବାହ ପୂର୍ବର କାର୍ଯ୍ୟକ୍ରମ ଆରମ୍ଭ ହେଲା।

ତେବେ ନାଗା ଚୈତନ୍ୟଙ୍କ ଏହା ହେଉଛି ଦ୍ୱିତୀୟ ବିବାହ। ଏହାପୂର୍ବରୁ ସେ ଗୋଆରେ ସାଉଥ୍ ସୁପରଷ୍ଟାର ସାମନ୍ଥା ରୁଥ ପ୍ରଭୁଙ୍କୁ ବିବାହ କରିଥିଲେ। ହେଲେ ପରେ ସେମାନେ ପରସ୍ପରକୁ ଛାଡ଼ପତ୍ର ଦେଇ ଅଲଗା ହୋଇଯାଇଥିଲେ। ଛାଡ଼ପତ୍ର ପରେ ଚୈତନ୍ୟ, ଶୋଭିତାଙ୍କ ପ୍ରେମରେ ପଡ଼ିଲେ ନା ସାମନ୍ଥାଙ୍କ ସହ ଥିବା ବେଳେ ତାଙ୍କୁ ଧୋକା ଦେଇ ସେ ଶୋଭିତାଙ୍କୁ ଭଲପାଉଥିଲେ ତାହା ସାମ୍ନାକୁ ଆସିନାହିଁ ।

You may also like

Leave a Comment

About Us

Welcome to janashakti.news/od, your trusted source for breaking news, insightful analysis, and captivating stories from around the globe. Whether you’re seeking updates on politics, technology, sports, entertainment, or beyond, we deliver timely and reliable coverage to keep you informed and engaged.

@2024 – All Right Reserved – janashakti.news/od