Sunday, February 23, 2025
Home odia news ବଦଳିବ ଏହି ୭ ରାଶିର ଭାଗ୍ୟ : ମଙ୍ଗଳବାର ରାଶିଫଳ

ବଦଳିବ ଏହି ୭ ରାଶିର ଭାଗ୍ୟ : ମଙ୍ଗଳବାର ରାଶିଫଳ

by
0 comment

ମେଷ: ତ୍ୟାଗଶୀଳ ହେବେ। ମତିମାନ୍‌ ହୋଇପାରନ୍ତି। ବିବିଧ ଧନଯୁକ୍ତ ହେବେ। କର୍ମଚଞ୍ଚଳ ରହିବେ। ଗର୍ବୀ ହୋଇପାରନ୍ତି। ଅତି ସୁଖୀ ଓ କୀର୍ତ୍ତିମାନ୍‌ ହେବେ। କଷ୍ଟ ସହିଷ୍ଣୁ ହେବେ। ସୁସ୍ଥ ଓ ନିରାମୟ ରହିବେ।
ବୃଷ: ରୋଜଗାର ଊଣା ହେବ ନାହିଁ। ସରକାରୀ ବା ବନ୍ଧୁ ସହାୟତାରୁ ଲାଭବାନ୍‌ ହେବେ। ଭୋଜନ ସୁସ୍ବାଦୁ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ରହିବେ। ଚିନ୍ତାଧାରା ଉନ୍ନତମାନର ହେବ।
ମିଥୁନ: ଅଯଥା ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜିପାରନ୍ତି। ଦୁଶ୍ଚିନ୍ତା ମଧ୍ୟ ଦେଇ ଗତି କରିବେ। ବନ୍ଧୁ ବିରୋଧର ସମ୍ମୁଖୀନ ହୋଇପାରନ୍ତି। ମଧୁର କଥା କହି ପରକୁ ଆପଣାର କରିପାରନ୍ତି। ଖର୍ଚ୍ଚାନ୍ତ ହେବେ।

prayash

କର୍କଟ: ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଏପରିକି ରାଜ ଦରବାରରୁ ସମ୍ମାନ ସହିତ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସଫଳକାମୀ ହେବେ।
ସିଂହ: କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖା ଦେଇପାରେ। ବିବାଦୀୟ ପ୍ରତିଯୋଗିତାରେ ବିଜୟୀ ହେବେ। ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ଦୟାଳୁ ହେବେ। କନ୍ୟା:କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ପ୍ରାପ୍ତି କ୍ଷମତାର ସଦ୍ ବ୍ୟବହାର କରି ଲୋକପ୍ରିୟତା ଅର୍ଜନ କରିପାରନ୍ତି। ବିବାଦୀୟ କ୍ରୀଡ଼ାରେ କୃତିତ୍ବ ଅର୍ଜନ କରିବେ। ଅର୍ଥ ପ୍ରାପ୍ତ ହୋଇପାରେ।
ତୁଳା: ସାମୟିକଭାବେ ଅନଟନର ସମ୍ମୁଖୀନ ହୋଇପାରନ୍ତି। ପ୍ରତିଶୋଧ ପରାୟଣ ହେବେ। ଦୁଶ୍ଚିନ୍ତା ମଧ୍ୟ ଦେଇ ଗତିକରିବେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ପ୍ରତି ପାଦପାତରେ ସତର୍କ ରହିବେ।
ବିଛା: ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଶୁଭଦାୟକ। ବହୁ ସୁଖକର ଘଟଣାମାନ ଘଟିପାରେ। କର୍ମକ୍ଷେତ୍ରକୁ ଉଜ୍ଜ୍ବଳମୟ କରିପାରନ୍ତି। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ସେବା ମନୋଭାବର ହେବେ।
ଧନୁ: ଜ୍ଞାତି, ପରିବାର ଓ ବନ୍ଧୁବାନ୍ଧବଙ୍କ ସହାୟତାରେ ଶତ୍ରୁ ବିନାଶ କରି ମାନସିକ ଶାନ୍ତି ଫେରିପାଇବେ। ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ସାରାଦିନ କାର୍ଯ୍ୟବ୍ୟସ୍ତ ରହିବେ। ଋଣ ପରିଶୋଧ କରିବେ।
ମକର: ପରୀକ୍ଷାର ପ୍ରସ୍ତୁତି ସ୍ବରୂପ ପଢ଼ାପଢ଼ିରେ ମନୋନିବେଶ କରିପାରନ୍ତି। ବ୍ୟବସାୟାଦି ବିଭିନ୍ନ ସୂତ୍ରରୁ ପ୍ରଚୁର ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଧାର୍ମିକ ଓ ତେଜସ୍ବୀ ହୋଇପାରନ୍ତି। କୁମ୍ଭ:ପରିଶ୍ରମ କଠିନ ଓ କଷ୍ଟସାଧ୍ୟ ହେଲେ ବି ତା’ର ମୂଲ୍ୟାଙ୍କନ ହେବ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିଲେ ବି ପରେ ସୁସମାଧାନ ହୋଇପାରେ। ଯାନବାହନ ସୁଖ ମିଳିବ। ଶତ୍ରୁଙ୍କ ପ୍ରତି ସତର୍କ ରହିବେ।
ମୀନ : ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ଦେବ ଦର୍ଶନ କରି ସମସ୍ତ କଳ୍ପନା ଦୂର କରିପାରନ୍ତି। ଅଶାନ୍ତିର ଅବସାନ ଘଟିବ। ସରକାରୀ ସ୍ତରରୁ ଲାଭବାନ୍‌ ହେବେ।

kalyan agarbati

You may also like

Leave a Comment

About Us

Welcome to janashakti.news/od, your trusted source for breaking news, insightful analysis, and captivating stories from around the globe. Whether you’re seeking updates on politics, technology, sports, entertainment, or beyond, we deliver timely and reliable coverage to keep you informed and engaged.

@2024 – All Right Reserved – janashakti.news/od