
ସହରର ଡମ୍ପୟାର୍ଡ କଥା ଶୁଣିଲେ ଲୋକେ ନାକ ଟେକନ୍ତି। ସେହି ପୂତ୍ତିଗନ୍ଧମୟ ସ୍ଥାନ ବାଟ ଦେଇ ଯିବାକୁ ଘୃଣା କରନ୍ତି। କିନ୍ତୁ ମାଙ୍ଗାଲୋର ବାସିନ୍ଦା ଜିଥ୍ ମିଲାନ ରୋକେ ଡମ୍ପୟାର୍ଡକୁ ସବୁଜ ଜଙ୍ଗଲ କରି ଏକ ଉଦାହରଣ ସୃଷ୍ଟି କରିଛନ୍ତି। ସେ ଡମ୍ପୟାର୍ଡରେ କେବଳ ବିଭିନ୍ନ କିସମର ଫଳଗଛ ଲଗାଇଛନ୍ତି, ଯାହାଫଳରେ ସେଥିରୁ କିଛି ଉତ୍ପାଦନ ହୋଇପାରୁଛି। ଜିଥ୍ଙ୍କ ବୟସ ୪୮। ସେ ଏକ ଆଇଟି କମ୍ପାନୀରେ କାର୍ଯ୍ୟ କରୁଥିଲେ। ସେ ଯେଉଁଠି ରହୁଥିଲେ ସେଠାରେ ଗଛର ଅଭାବ ଥିଲା। ଏଣୁ ସେ ପ୍ରଥମେ ଆଖପାଖ ଅଞ୍ଚଳରେ ଗଛ ଲଗାଇବା ଆରମ୍ଭ କରିଥିଲେ। ପରେ ଚାକିରି ଛାଡ଼ି ସେ ମାଙ୍ଗାଲୋର ଗ୍ରୀନ୍ ବ୍ରିଗ୍ରେଡ୍ ପ୍ରୋଜେକ୍ଟ ମାଧ୍ୟମରେ ଗଛ ଲଗାଇ ଏବେ ଟେକ୍ମ୍ୟାନ୍ରୁ ଜଣେ ପରିବେଶବିତ୍ ହୋଇଗଲେଣି। ଜିଥ୍ ୮ ବର୍ଷ ହେଲା ଡମ୍ପୟାର୍ଡ ତଥା ଅନ୍ୟ ଅବ୍ୟବହୃତ ଜମିରେ ଗଛ ଲଗାଉଛନ୍ତି। ସେ ପ୍ରତିବର୍ଷ ମାଙ୍ଗାଲୋରରେ ୧୨,୦୦୦ ଅଧିକ ଗଛ ଲଗାଉଛନ୍ତି। ୪୨ ଏକର ବିଶିଷ୍ଟ ଏକ ଡମ୍ପୟାର୍ଡରେ ଗଛ ଲଗାଇବା ତାଙ୍କର ଉଲ୍ଲେଖନୀୟ କାର୍ଯ୍ୟ ମଧ୍ୟରୁ ଅନ୍ୟତମ। ଏହା ବ୍ୟତୀତ ସେ ସ୍କୁଲ ଓ କଲେଜରେ ମଧ୍ୟ ଗଛ ଲଗାଉଛନ୍ତି। ଏହାଦ୍ୱାରା ତାଙ୍କ ପ୍ରୋଜେକ୍ଟରେ ଏବେ ଅନେକ ହଜାର ଛାତ୍ରୀଛାତ୍ର ସାମିଲ ହୋଇ ବୃକ୍ଷରୋପଣ କରୁଛନ୍ତି।

ଡିଜିଟାଲ ଯୁଗରେ ଭାରତୀୟ ସଂସ୍କୃତି
ସାମାଜିକ ଗଣମାଧ୍ୟମ ସୂଚନା ପ୍ରସାରଣକୁ ସହଜ କରିଦେଇଛି ସତ, କିନ୍ତୁ ଏହା ଭୁଲ୍ ତଥ୍ୟକୁ ଅଧିକ ମାତ୍ରାରେ ବିସ୍ତାର କରୁଛି। ଭାରତୀୟ ସଂସ୍କୃତିର ସଂରକ୍ଷଣ ତଥା…

କୃଷକ ରେଜିଷ୍ଟ୍ରି: ବିତର୍କ ହେଉ
ଡିସେମ୍ବର ୨୮ ତାରିଖ ୨୦୨୪ରେ ଓଡ଼ିଶାର ପ୍ରମୁଖ ଖବରକାଗଜମାନଙ୍କରେ ବିଜ୍ଞାପନ ପ୍ରକାଶ ପାଇଛି ଯେ ଜାନୁଆରୀ ୧ତାରିଖରୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ କୃଷକ ରେଜିଷ୍ଟ୍ରି କାର୍ଯ୍ୟ…

କେବଳ ପୁରୁଷ ନୁହେଁ
ଗୋଟେ ଧାରଣା ରହିଆସିଛି ଯେ, ପୁରୁଷମାନେ ଆକ୍ରମଣକାରୀ ଓ କଠୋର ହୋଇଥିବା ବେଳେ ମହିଳାମାନେ ସର୍ବଦା ପୀଡ଼ିତା। ଯେତେବେଳେ କୌଣସି ମହିଳାଙ୍କୁ ନେଇ ଘରୋଇ ହିଂସା…

ହିଂସା ଉଦ୍ରେକକାରୀ ଜିନ୍
ସଦରେ କଳିଝଗଡ଼ା ହେଲେ ସବୁ ରାଜନେତା ଭାଗ ନିଅନ୍ତି ନାହିଁ, କେତେକ ସଂସଦର କୂଅ ଭିତରକୁ ଯାଆନ୍ତି ତ କେତେକ ବାଚସ୍ପତିଙ୍କ ପାଖକୁ ଯାଇ ପାଟି…

ଅସ୍ପଷ୍ଟ ଆଭିମୁଖ୍ୟ
ପୂଜାସ୍ଥଳ(ବିଶେଷ ପ୍ରାବଧାନ) ଅଧିନିୟମ, ୧୯୯୧ ଯେକୌଣସି ପୂଜାସ୍ଥଳୀର ରୂପାନ୍ତରଣକୁ ବାରଣ କରେ। ୧୫ ଅଗଷ୍ଟ ୧୯୪୭ରେ ପୂଜାସ୍ଥଳର ଧର୍ମୀୟ ସ୍ଥିତି ଯାହା ରହିଥିଲା ତାହାକୁ ପରିବର୍ତ୍ତନ…

ଅନେକ ଆଶା, ଭରସା
ଓଡ଼ିଶା ଏକ କୃଷିପ୍ରଧାନ ରାଜ୍ୟ, ଏଠି ବର୍ଷାର ଅଭାବ ନାହିଁ, ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରା ଏଇ ପ୍ରଦେଶରେ ଖଣିଜ ସମ୍ପଦ ଅପର୍ଯ୍ୟାପ୍ତ ଏବଂ ଉପକୂଳବର୍ତ୍ତୀ ରାଜ୍ୟ…

ଏକ ସଂଯୋଗ
ନିକଟରେ ନୂଆଦିଲ୍ଲୀରେ ସଚିବ ସ୍ତରୀୟ ଅଦଳବଦଳକୁ ନେଇ କେତେକେ ଦ୍ୱନ୍ଦ୍ୱରେ ପଡ଼ିଛନ୍ତି। ଏହି ଅଦଳବଦଳର ଯୁକ୍ତିଯୁକ୍ତତା ପଛରେ ରହସ୍ୟ ରହିଛି। କିନ୍ତୁ ବର୍ତ୍ତମାନ ପାଇଁ ଆସନ୍ତୁ…