ଭୁବନେଶ୍ୱର: ରାଜ୍ୟରେ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ (ପିଏମ-ଉଷା)ର ଶୁଭାରମ୍ଭ ହୋଇଛି। ଏନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। କୃଷି ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ଅଭିଯାନ ଆରମ୍ଭ କରିଛନ୍ତି। ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ ହେଉଛି ରାଷ୍ଟ୍ରୀୟ ଉଚ୍ଚତର ଶିକ୍ଷା ଅଭିଯାନର ତୃତୀୟ ସଂସ୍କରଣ। ଏଥିରେ ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡିକର ଭିତ୍ତିଭୂମିଠାରୁ ଆରମ୍ଭ କରି ଅନ୍ୟାନ୍ୟ ଆନୁସଙ୍ଗିକ ବ୍ୟବସ୍ଥାର ଉନ୍ନତି ନିମନ୍ତେ ଅର୍ଥ ପ୍ରଦାନ କରାଯାଏ। ବିଶ୍ୱବିଦ୍ୟାଳୟର ଭିତ୍ତିଭୂମିକୁ ସୁଦୃଢ କରିବା ସହ ଛାତ୍ରଛାତ୍ରୀଙ୍କୁ ଗୁଣବତ୍ତାପୂର୍ଣ୍ଣ ଶିକ୍ଷା ପ୍ରଦାନ କରିବାକୁ ଲକ୍ଷ୍ୟ ରଖାଯାଇଛି। ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି ଯେ କେନ୍ଦ୍ରର ଏଥିପ୍ରତି ୬୦ପ୍ରତିଶତ ଓ ରାଜ୍ୟର ୪୦ପ୍ରତିଶତ ଯୋଗଦାନ ରହିବ। ଏହି ଯୋଜନା ମାଧ୍ୟମରେ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ଇଣ୍ଟର୍ନସିପ୍ ମାଧ୍ୟମରେ ଇଣ୍ଡଷ୍ଟ୍ରିଆଲ ଏକ୍ସପୋଜର ପ୍ରଦାନ କରାଯିବ। ଏହାସହିତ ପ୍ଲେସମେଣ୍ଟ ମାଧ୍ୟମରେ ନିଯୁକ୍ତି ସୁଯୋଗ ମଧ୍ୟ ପ୍ରଦାନ କରାଯିବ ବୋଲି ବିଭାଗୀୟ ମନ୍ତ୍ରୀ କହିଛନ୍ତି।
ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ ଶୁଭାରମ୍ଭ
16
previous post