Wednesday, November 27, 2024
Wednesday, November 27, 2024
Home Home Left ଓଡ଼ିଶାର ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ଆଜି ଥମିବ ପ୍ରଚାର

ଓଡ଼ିଶାର ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ଆଜି ଥମିବ ପ୍ରଚାର

by
0 comment

ଭୁବନେଶ୍ୱର,୧୧।୫: ଓଡ଼ିଶାର ପ୍ରଥମ ପର୍ଯ୍ୟାୟ ମତଦାନ ମେ’ ୧୩ ଅନୁଷ୍ଠିତ ହେବ। ତେବେ ମତଦାନ ପାଇଁ ଆଜି ପ୍ରଚାର ସରିବ । ବ୍ରହ୍ମପୁର, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ଲୋକ ସଭା ଆସନ ସହିତ ୨୮ଟି ବିଧାନସଭା ଆସନ ପାଇଁ ମତଦାନ ହେବ। ଚଳିତ ନିର୍ବାଚନ ଦକ୍ଷିଣ ଓଡ଼ିଶା ଫୋକସରେ ରହିଛି । ଉଭୟ ଭାଜପା ଓ ବିଜେଡିର ଷ୍ଟାର ପ୍ରଚାରକ ନିଜ ନିଜ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି।

ଅନ୍ୟପଟେ, ଭାଜପାର ହେଭିଓ୍ବେଟ୍‌ ନେତା ଓଡ଼ିଶା ଗସ୍ତରେ ଆସି ଜୋରଦାର ପ୍ରଚାର କରିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଆଦି ମାରାଥନ ପ୍ରଚାର କରିଛନ୍ତି। ତେବେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପ୍ରଚାର କରିଥିବା ବେଳେ ଶନିବାର ଓଡ଼ିଶାର ୩ ଜିଲା ଫୁଲବାଣୀ, ବଲାଙ୍ଗୀର ଏବଂ ବରଗଡ଼ରେ ନିର୍ବାଚନୀ ପ୍ରଚାର କରିବେ ପ୍ରଧାନମନ୍ତ୍ରୀ। ଏନେଇ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।

ଇନ୍‌ଷ୍ଟାଗ୍ରାମ୍‌ରେ ପାଣ୍ଡିଆନ୍‌

ଭୁବନେଶ୍ୱର, ୧୧।୫(ଅନିଲ ଦାସ): ସାମାଜିକ ଗଣମାଧ୍ୟମ ଇନ୍‌ଷ୍ଟାଗ୍ରାମ୍‌ରେ ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଦଳର ନିର୍ବାଚନ ଇସ୍ତାହାର ସମ୍ପର୍କରେ ଯୁବପିଢ଼ିଙ୍କୁ ସୂଚନା ଦେଇ ଭୋଟ…

ପ୍ରଣବ-ଧର୍ମେନ୍ଦ୍ର କୋଳାକୋଳି

ସମ୍ବଲପୁର,୧୧।୫ (ଭବାନୀଶଙ୍କର ଭୋଇ): ପବିତ୍ର ଅକ୍ଷୟତୃତୀୟା ଅବସରରେ ସମ୍ବଲପୁରର ଗଣପର୍ବ ଶୀତଳଷଷ୍ଠୀ ଯାତ୍ରାର ଥାଳ ଉଠାପର୍ବ ସମ୍ପନ୍ନ ହୋଇଛି। ତେବେ ଥାଳଉଠା ପର୍ବ ଅବସରରେ ସମ୍ବଲପୁରର…

ଭାଜପା ସରକାର ଆସିଲେ ରାମରାଜ୍ୟ ହେବ: ରାଜନାଥ

ରଣପୁର,୧୧ା୫(ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପାର ବିଜୟ ସଂକଳ୍ପ ସମାବେଶ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ…

ଗର୍ଭବତୀଙ୍କୁ ୪ କି.ମି. ଚଲାଇନେଲେ

ଭବାନୀପାଟଣା,୧୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ପୁଣି ଜନନୀ ଯନ୍ତ୍ରଣାର ଏକ ଚିତ୍ର ସାମ୍‌ନାକୁ ଆସିଛି। ରାସ୍ତା ନ ଥିବାରୁ ଗାଁକୁ ଆମ୍ବୁଲାନ୍ସ ଯାଇପାରିଲା ନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Model This Week

ପିଲାଙ୍କ ଧରିତ୍ରୀ

Why Dharitri

You may also like

Leave a Comment

About Us

Welcome to janashakti.news/od, your trusted source for breaking news, insightful analysis, and captivating stories from around the globe. Whether you’re seeking updates on politics, technology, sports, entertainment, or beyond, we deliver timely and reliable coverage to keep you informed and engaged.

@2024 – All Right Reserved – janashakti.news/od