
ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ ପେପର ରୋଲ୍ ବୋଝେଇ ଟ୍ରକ୍ ଓଲଟି ପଡ଼ିଥିବା ବେଳେ ଅଳ୍ପକେ ଡ୍ରାଇଭର ଓ ହେଲପର ବର୍ତ୍ତି ଯାଇଥିବା ସୂଚନା ମିଳିଛି।
ସୂଚନାନୁଯାୟୀ, ଆଜି ଭୋର୍ ୪ଟା ସମୟରେ ତେଲେଙ୍ଗାନାରୁ ଖୋର୍ଦ୍ଧା ଅଭିମୁଖେ ଆସୁଥିବା ଏକ ପେପର ରୋଲ୍ ବୋଝେଇ ଟ୍ରକ୍ ନମ୍ବର ଟିଏସ୍ ୨୯ ଟି ୧୪୧୮ ହଠାତ୍ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟି ଉପରେ ବ୍ରେକ୍ ଫେଲ୍ ହୋଇଯିବାରୁ ଭାରସାମ୍ୟ ହରାଇ ୫୦ ଫୁଟ ତଳକୁ ଖସିପଡ଼ିଥିଲା। ଯାହା ଫଳରେ ଟ୍ରକ ଭିତରେ ଥିବା ଡ୍ରାଇଭର ଓ ହେଲପର ସାମାନ୍ୟ ଆହତ ହୋଇଥିବା ବେଳେ ଦୁହେଁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଖବର ପାଇ ହାଇଓ୍ବେ ପାଟ୍ରୋଲିଂ ପୋଲିସ ପହଞ୍ଚି ଖଲ୍ଲିକୋଟ ଥାନା ପୋଲିସକୁ ଖବର ଦେଇଥିଲା। ଖବର ପାଇ ପୋଲିସ ଦୁର୍ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

ସହରରେ ବୃଦ୍ଧିପାଉଛି ଜଳ ଅପବ୍ୟବହାର
ରାଉରକେଲା,୨୯ା୪(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରର ଜୀବନରେଖା କୁହାଯାଉଥିବା ବ୍ରାହ୍ମଣୀ, ଶଙ୍ଖ ଓ କୋଏଲ୍ ନଦୀର ପରିସୀମା ଦିନକୁଦିନ ସଙ୍କୁଚିତ ହେବାରେ ଲାଗିଛି। ଏହାର ପ୍ରଭାବ…

ଚାଷୀ ଭୋଟ ଉପରେ ସଭିଙ୍କ ନଜର
ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ମେ ୨୦’ରେ ବରଗଡ଼ ଜିଲାରେ ସାଧାରଣ ନିର୍ବାଚନକୁ ନେଇ ମତଦାନ ହେବ। ଅନ୍ୟପଟେ ସେହି ମାସ ୧୦ ତାରିଖରୁ ବରଗଡ଼ ସମେତ…

ଏନ୍କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ
କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ…

ଉପକୂଳ ଓଡ଼ିଶାରେ ବହିବ ସାମୁଦ୍ରିକ ଝଡ଼
ଭୁବନେଶ୍ୱର,୨୯ା୪: ସୋମବାର ସକାଳ ସାଢ଼େ ୮ଟା ସୁଦ୍ଧା ବିଭିନ୍ନ ସ୍ଥାନର ତାପମାତ୍ରା ରେକର୍ଡ କରାଯାଇଛି। ବାରିପଦାରେ ତାପମାତ୍ରା ୩୬ ଡିଗ୍ରୀ ଥିବା ବେଳେ ବାଲେଶ୍ୱରରେ ୩୬,…

ପଖାଳକୁ ଭାରି ପଡ଼ିଲାଣି ପିଆଜ, ଆଳୁ
ବଲାଙ୍ଗୀର,୨୯ା୪(ବୀରେନ୍ଦ୍ର କୁମାର ଝାଙ୍କର): ପ୍ରଚଣ୍ଡ ଖରାରେ ତାପମାତ୍ରା ବୃଦ୍ଧି ଏବେ ଲୋକଙ୍କୁ ଅସ୍ତବ୍ୟସ୍ତ କରି ପକାଇଛି। ଏତିକି ବେଳେ ଆଳୁ, ପିଆଜ ଏବଂ ପନିପରିବା ଦରବୃଦ୍ଧି…

ବାସି, ଦୂଷିତ ଖାଦ୍ୟ ବିକ୍ରି ବଢ଼ୁଛି
ନୟାଗଡ଼,୨୯।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ବିଭିନ୍ନ ହୋଟେଲ, ଢ଼ାବା, ଜଳଖିଆ ଦୋକାନରେ ବିକ୍ରି ହେଉଥିବା ଖାଦ୍ୟ ଆଖିକୁ ଭଲ ଦେଖାଯାଉଥିଲେ ହେଁ ଗୁଣବତ୍ତା(ମାନ) ଠିକ୍ ରହୁନି…