
ରୂପସା,୧।୫(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲl ସଦର ବ୍ଲକ ଅନ୍ତର୍ଗତ ଛାନୁଆ ଗ୍ରାମରେ ବୁଧବାର ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଛାନୁଆ ପ୍ରାଥମିକ ବିଦ୍ୟାଳୟ ନିକଟ ରାସ୍ତା ପାର୍ଶ୍ୱରୁୁ ଜଣେ ଯୁବକଙ୍କ ମୃତଦେହକୁ ପୋଲିସ ଜବତ କରିଛି। ମୃତ ଯୁବକ ଜଣଙ୍କ ହେଲେ ଜଗତସିଂହପୁର ଜିଲାର ପୃଥ୍ବୀରାଜ ପାତ୍ର।
ସୂଚନା ମୁତାବକ, ପୃଥ୍ବୀରାଜ କିଛି ଦିନ ଧରି ଏହି ଅଞ୍ଚଳରେ ମୋବାଇଲ ଟାୱାରରେ କାର୍ଯ୍ୟ କରୁଥିଲେ। ମାତ୍ର ବୁଧବାର ସକାଳେ ତାଙ୍କର ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ବସ୍ତା ଥାନା ପୋଲିସକୁ ଖବର ଦେଇଥିଲେ। ଖବର ପାଇ ବସ୍ତା ଥାନା ଆଇଆଇସି ଗୋବିନ୍ଦ ବେହେରା ପୋଲିସ ଟିମ ଏବଂ ସାଇଣ୍ଟିଫିକ ଟିମ ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ । ପୃଥ୍ବୀରାଜଙ୍କ ଦେହର ବିଭିନ୍ନ ସ୍ଥାନରେ ଗଭୀର କ୍ଷତ ଚିହ୍ନ ରହିଥିବାରୁ ଯୁବକକୁ ହତ୍ୟା କରି ଫିଙ୍ଗି ଦିଆଯାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି l ତେବେ ଅଭିଯୁକ୍ତଙ୍କୁ ଧରିବା ପାଇଁ ପୋଲିସ ତଦନ୍ତ ଜାରି ରଖିଛି l ପୋଲିସ ତଦନ୍ତ ଜାରି ରଖିଛି ।

ପ୍ରାର୍ଥିପତ୍ର ଦାଖଲ କଲେ ଇରାସିସ ଆଚାର୍ଯ୍ୟ
ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଭାଜପା ପ୍ରାର୍ଥୀ ଇରାସିସ ଆଚାର୍ଯ୍ୟ ବୁଧବାର ନାମାଙ୍କନପତ୍ର ଦାଖଲ କରିଛନ୍ତି।…

ନାମାଙ୍କନପତ୍ର ଦାଖଲ କଲେ ଡା. ଆଶିଷ ଶତପଥୀ
ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଆମ ଆଦ୍ମୀ ପାର୍ଟି (ଏଏପି) ପ୍ରାର୍ଥୀ ଡା. ଆଶିଷ ଶତପଥୀ ବୁଧବାର ନାମାଙ୍କନ…

ମାମୁଙ୍କୁ ପଥରରେ ଛେଚି ହତ୍ୟା କଲେ ଭଣଜା
ବଣାଇ,୧ା୫(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନାର ଗଉଡ଼ ଗ୍ରାମରେ ରହୁଥିବା ଭଉଣୀ ଘରକୁ ଲହୁଣିପଡ଼ା ଥାନା ଅନ୍ତର୍ଗତ କେନାପାଲି ଗ୍ରାମର ସୁବର୍ଣ୍ଣ କଂସୁରିଆ (୬୦)…

ପ୍ରାର୍ଥିପତ୍ର ଦାଖଲ କଲେ ଅଭିଷେକ
ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ଅଭିଷେକ ସେଠ୍ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି।…

ପୁଅଙ୍କୁ ଭୁଜାଲିରେ ହାଣି ହତ୍ୟାକଲେ ବାପା
ଭଦ୍ରକ,୧ା୫: ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ଭଦ୍ରକ ଜିଲା ବନ୍ତ ଥାନା ଗୋବିନ୍ଦପୁର ପଞ୍ଚାୟତ ସୁନାଗଡ଼ିଆ ଗାଁରେ। ଘରେ ଖାଉଥିବା ସମୟରେ ସାମାନ୍ୟ…

ନାମାଙ୍କନପତ୍ର ଦାଖଲ କଲେ ରୀତା ସାହୁ
ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥିନୀ ରୀତା ସାହୁ ବୁଧବାର ତାଙ୍କର ନାମାଙ୍କନପତ୍ର ଦାଖଲ…