Wednesday, March 5, 2025
Home BJD ନବୀନଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ, ବିଜୁ ଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗଦେବାକୁ…

ନବୀନଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ, ବିଜୁ ଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗଦେବାକୁ…

by
0 comment

ଭୁବନେଶ୍ୱର, ୪ା୩(ସୁନିତ୍‌ ମିଶ୍ର): ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ରାଜ୍ୟସ୍ତରୀୟ ବିଜୁ ଜୟନ୍ତୀ କାର୍ଯ୍ୟକ୍ରମ ହେବାକୁ ଯାଉଛି। ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ସମାରୋହକୁ ରାଜ୍ୟ ସରକାର ପାଳନ କରିବାକୁ ଯାଉଥିବା ବେଳେ ଏହି କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିମନ୍ତ୍ରଣ କରିଛନ୍ତି। ଜୟଦେବ ଭବନଠାରେ ଏହି କାର୍ଯ୍ୟକ୍ରମ ରାଜ୍ୟସ୍ତରୀୟ ଭାବେ ପାଳନ ହେବାକୁ ଯାଉଛି। ଉକ୍ତ କାର୍ଯ୍ୟକ୍ରମରେ ବିଶିଷ୍ଟ ଅତିଥି ଭାବେ ଯୋଗଦେବା ଲାଗି ନବୀନଙ୍କୁ ମୁଖ୍ୟମନ୍ତ୍ରୀ ନିମନ୍ତ୍ରଣ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଯୋଗଦେଲେ ଏହାର ଶୋଭାବର୍ଦ୍ଧନ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ହେଲେ ମୁଖ୍ୟମନ୍ତ୍ରୀଙ୍କ ଏଭଳି ନିମନ୍ତ୍ରଣ ପତ୍ରକୁ ନେଇ ରାଜନୀତି ଜୋର୍‌ ଧରିଛି। ହ୍ବାଟ୍ସଆପ୍‌ ଜରିଆରେ ବିରୋଧୀ ଦଳ ନେତାଙ୍କୁ ଏଭଳି ନିମନ୍ତ୍ରଣ ଆସିବା କଥା କହି ବିଜେଡି ପାଲଟା ସରକାରଙ୍କ ଉପରେ ବର୍ଷିଛି। ବିଜୁ ବାବୁଙ୍କୁ ନେଇ ଭାଜପା ସରକାର ରାଜନୀତି କରୁଥିବା ବିଜେଡି ଅଭିଯୋଗ କରିଛି।

Advertisement

ଧରିତ୍ରୀ କାର୍ଟୁନ

Model This Week

ପିଲାଙ୍କ ଧରିତ୍ରୀ

Why Dharitri

You may also like

Leave a Comment

About Us

Welcome to janashakti.news/od, your trusted source for breaking news, insightful analysis, and captivating stories from around the globe. Whether you’re seeking updates on politics, technology, sports, entertainment, or beyond, we deliver timely and reliable coverage to keep you informed and engaged.

@2024 – All Right Reserved – janashakti.news/od