Monday, March 3, 2025
Monday, March 3, 2025
Home former Prime Minister Manmohan Singh ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ ପ୍ରକାଶ

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ ପ୍ରକାଶ

by
0 comment

ଭୁବନେଶ୍ୱର,୨୬ା୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂହଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ୱର୍ଗତଃ ମନମୋହନ ସିଂହ ଦେଶର ଜଣେ ମହାନ୍ ବରପୁତ୍ର ଥିଲେ। ଅର୍ଥନୀତି କ୍ଷେତ୍ରରେ ତାଙ୍କର ଜ୍ଞାନ ଓ ଦକ୍ଷତା ପାଇଁ ସେ ସାରା ବିଶ୍ବରେ ସମ୍ମାନର ଅଧିକାରୀ ହୋଇ ପାରିଥିଲେ। ଅର୍ଥ ମନ୍ତ୍ରୀ ଭାବରେ ଦେଶର ଅର୍ଥନୀତିକୁ ସେ ଏକ ନୂଆ ଦିଗ ଦେଇଥିଲେ। ତାଙ୍କର ଉଦାର ଅର୍ଥନୈତିକ ନୀତି ଯୋଗୁ ଭାରତ ବିଶ୍ଵର ଏକ ପ୍ରମୁଖ ଅର୍ଥନୀତି ଭାବେ ଯାତ୍ରା ଆରମ୍ଭ କରିଥିଲା।

ପ୍ରଧାନମନ୍ତ୍ରୀ ଭାବେ ସେ ବିଭିନ୍ନ କ୍ଷେତ୍ରରେ ଦେଶର ବିକାଶକୁ ତ୍ୱରାନ୍ୱିତ କରିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ତାଙ୍କର ଜ୍ଞାନ, ଭଦ୍ରତା, ସାଧୁତା ଓ ଅମାୟୀକ ସ୍ଵଭାବ ତାଙ୍କ ପାଇଁ ରାଜନୀତି କ୍ଷେତ୍ରରେ ଭିନ୍ନ ଏକ ପରିଚୟ ସୃଷ୍ଟି କରିଥଲା । ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।

Advertisement

ଧରିତ୍ରୀ କାର୍ଟୁନ

Model This Week

ପିଲାଙ୍କ ଧରିତ୍ରୀ

Why Dharitri

You may also like

Leave a Comment

About Us

Welcome to janashakti.news/od, your trusted source for breaking news, insightful analysis, and captivating stories from around the globe. Whether you’re seeking updates on politics, technology, sports, entertainment, or beyond, we deliver timely and reliable coverage to keep you informed and engaged.

@2024 – All Right Reserved – janashakti.news/od