କଟକ, ୧୭।୬(ଶିଳ୍ପା ପ୍ରିୟଦର୍ଶିନୀ)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର କଟକ ଗସ୍ତରେ ଆସି ନେତାଜୀ ସୁବାସ ଚନ୍ଦ୍ର ବୋଷଙ୍କ ଜନ୍ମସ୍ଥାନ ସଂଗ୍ରହାଳୟରେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି। ପରେ ସଂଗ୍ରହାଳୟର ବିଭିନ୍ନ ଗ୍ୟାଲେରୀ ବୁଲି ଦେଖିଥିଲେ। ପରେ ମୁଖ୍ୟମନ୍ତ୍ରୀ ବକ୍ସି ବଜାର ସ୍ଥିତ ସମାଜ କାର୍ଯ୍ୟାଳୟ ଠାରେ ଥିବା ଉତ୍କଳମଣି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ପରେ ମୁଖ୍ୟମନ୍ତ୍ରୀ କ୍ୟାଣ୍ଟନମେଣ୍ଟ ରୋଡରେ ଥିବା ମଧୂସୁଦନ ଦାସଙ୍କ ପ୍ରତିମୂତିରେ ମାଲ୍ୟାର୍ପଣ କରିବା ସହ ମହାମନୀଷୀଙ୍କ ପ୍ରତି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ବିନ୍ଧାଣିମାନଙ୍କୁ ସମ୍ମାନ ଦେବା ଏହି ସରକାରଙ୍କ ପ୍ରଥମ କାର୍ଯ୍ୟ। ତେବେ କଟକରେ ଅଧୁରା ରହିଥିବା କାମ ଓ ସଠିକ ଭାବେ ହୋଇ ନ ଥିବା କାର୍ଯ୍ୟର ତର୍ଜମା କରାଯିବ।
ପାହାଡ଼ରେ ପିଟିହେଲା ବସ୍
ବଣାଇ,୧୭ା୬: ସୁନ୍ଦରଗଡ଼ ଜିଲା ବଣାଇ ଘାଟିରେ ପାହାଡ଼ରେ ଏକ ବସ୍ ପିଟି ହୋଇଛି। ଫଳର ବସ୍ରେ ଥିବା ଯାତ୍ରୀମାନଙ୍କ ମଧ୍ୟରୁ ୧୫ ଜଣ ଆହତ ହୋଇଥିବା…
ରାୟଗଡ଼ାରେ ଡିପ୍ଥେରିଆ ଆତଙ୍କ
ଭୁବନେଶ୍ୱର/ ରାୟଗଡ଼ା,୧୭ା୬(ଅସମାପିକା ସାହୁ/ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଅନ୍ତର୍ଗତ ମନୁଷପଦର ଗାଁରେ ଅଜଣା ରୋଗରେ ୫ ଶିଶୁଙ୍କ ମୃତ୍ୟୁ ପରେ କାରଣ…
ମଜୁରି ବୃଦ୍ଧି ଯୋଗୁ ଚାଷୀ ଅଣନିଃଶ୍ୱାସୀ
ପଟ୍ଟାମୁଣ୍ଡାଇ,୧୭ା୬ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ନିଅଣ୍ଟିଆ ବର୍ଷା ଏବଂ ଚାଷଖର୍ଚ୍ଚ ବୃଦ୍ଧିକୁ ନେଇ ଚାଷୀ ଚିନ୍ତାରେ ପଡ଼ିଛନ୍ତି। ଏପରି କି ଅନେକ…
ଗଜାମରୁଡ଼ି ଆଶଙ୍କା, ବିହନ ଚିନ୍ତାରେ ଚାଷୀ
କେନ୍ଦ୍ରାପଡ଼ା,୧୭ା୬ (ଜଗନ୍ନାଥ ଧଳ): ଓଡ଼ିଶାକୁ ମୌସୁମୀ ଆସିବାରେ ବିଳମ୍ବ ହୋଇଥିବା ପାଣିପାଗ ବିଶେଷଜ୍ଞ ପ୍ରକାଶ କରିଛନ୍ତି। କେନ୍ଦ୍ରାପଡ଼ା ଜିଲାରେ ଖରିଫ ଚାଷ ପାଇଁ ଆଶାନୁରୂପକ ବର୍ଷା…