ରାଇକିଆ : ରାଇକିଆ ବନ ବିଭାଗ କାର୍ଯ୍ୟାଳୟ ପରିସରରେ ବନାଗ୍ନି ନିରାକରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜଙ୍ଗଲ ପରିବେଶ ଓ ଜଳ ବାୟୁ ପରିବର୍ତ୍ତନ ବିଭାଗ ତରଫରୁ ବୁଧବାର ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ସମୟରେ ଜଙ୍ଗଲରେ ନିଆଁ ଲାଗିଲେ ଏହାକୁ ରୋକିବା କାଠିକର ପାଠ ହୋଇଥାଏ । ଜଙ୍ଗଲରେ ଜୀବଜନ୍ତୁଙ୍କ ଠାରୁ ଆରମ୍ଭ କରି ବିଭିନ୍ନ ଜଙ୍ଗଲ ଯାତ ଦ୍ରବ୍ୟ ପର୍ଯ୍ୟନ୍ତ ବ୍ୟାପକ କ୍ଷୟ କ୍ଷତି ହୋଇଥାଏ । ସଚେତନତା ମାଧ୍ୟମରେ ଏହାକୁ ରୋକାଯାଇ ପାରିବ ବୋଲି ଅତିଥିମାନେ ପ୍ରକାଶ କରିବା ସହ ଏ ଦିଗରେ କାର୍ଯ୍ୟ କରିବା ପାଇଁ ପରାମର୍ଶ ଦେଇଥିଲେ । ପୂର୍ବରୁ କଲେଜ ଛାତ୍ରୀ ଛାତ୍ର ଏବଂ ବନ ସଂରକ୍ଷଣ ସମିତି ସଦସ୍ୟଙ୍କୁ ନେ଼ଇ ଏକ ସଚେତନତା ରାଲି ସହର ପରିକ୍ରମା କରିଥିଲା । ବନ ବିଭାଗ ଅଧିକାରୀ ରେଞ୍ଜର ଯୁଧିଷ୍ଠିର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅତିଥି ଭାବେ ଏସିଏଫ୍ ଶ୍ୱେତାଲିନ ସାହୁ, ଅଗ୍ନିଶମ କର୍ମଚାରୀ କାଳୁ ଚରଣ ମହାନ୍ତି ଯୋଗ ଦେଇଥିଲେ । ଫରେଷ୍ଟର ଉଷଦ କହଁର, ଫରେଷ୍ଟ ଗାର୍ଡ ଅଙ୍ଗଦ ଦିଗାଲ, ଲିଲି ମଲ୍ଲିକ, ଉର୍ଶିଲା ପ୍ରଧାନ, ନର୍ମଦା ମହାରଣା,ଦୁର୍ଗା ଶଙ୍କର ପ୍ରଧାନ, ଶାନ୍ତନୁ ବ୍ରହ୍ମା, ମୁକେଶ ପ୍ରଧାନ ପରିଚାଳନା କରିଥିଲେ । ଟିମ୍ ଲିଡର ସଞ୍ଜୟ ମହାପାତ୍ର କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।
ବନାଗ୍ନି ନିରାକରଣ ସଚେତନତା କାର୍ଯ୍ୟକ୍ରମ
2
previous post