ଜେରୁଜେଲମ,୫।୫: ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ରବିବାର (୫ ମଇ ୨୦୨୪) ଇସ୍ରାଏଲର ଅଲ ଜଜିରା ଟେଲିଭିଜନ ଚ୍ୟାନେଲ ଉପରେ ପ୍ରତିବନ୍ଧକ ଘୋଷଣା କରିଛନ୍ତି। ସେ କତାରର ଗ୍ଲୋବାଲ ନ୍ୟୁଜ ଚ୍ୟାନେଲ ଅଲ ଜଜିରାର ସ୍ଥାନୀୟ ଶାଖା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି। ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ଅଲ ଜଜିରାକୁ ଏକ ଉତ୍ତେଜକ ଚ୍ୟାନେଲ ବୋଲି କହିଛନ୍ତି।
ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଟୁଇଟରରେ ଲେଖିଛନ୍ତି ଯେ ଇସ୍ରାଏଲରେ ଉତ୍ତେଜକ ନ୍ୟୁଜ ଚ୍ୟାନେଲ ଅଲ ଜଜିରା ବନ୍ଦ ରହିବ ବୋଲି ସରକାର ସର୍ବସମ୍ମତି କ୍ରମେ ନିଷ୍ପତ୍ତି ନେଇଛନ୍ତି।
ଏହାପୂର୍ବରୁ ରବିବାର ବେଞ୍ଜାମିନ ନେତାନ୍ୟାହୁ ଇସ୍ରାଏଲର ବନ୍ଧକ ବଦଳରେ ଗାଜାରେ ଯୁଦ୍ଧ ବନ୍ଦ କରିବାକୁ ଦାବିକୁ ପ୍ରତ୍ୟାଖ୍ୟାନ କରି କହିଥିଲେ ଯେ ଏହା ଇସଲାମ ଗୋଷ୍ଠୀକୁ ପାଲେଷ୍ଟାଇନରେ କ୍ଷମତାରେ ରଖିବ ଯାହା ଦେଶ ପାଇଁ ବିପଦ ସୃଷ୍ଟି କରିବ।
ପ୍ରଧାନମନ୍ତ୍ରୀ ନେତାନ୍ୟାହୁ କହିଛନ୍ତି, ଇସ୍ରାଏଲ ଆତ୍ମସମର୍ପଣ ଭଳି ସର୍ତ୍ତ ଗ୍ରହଣ କରିବ ନାହିଁ। ଏହାର ଲକ୍ଷ୍ୟ ହାସଲ ନହେବା ପର୍ଯ୍ୟନ୍ତ ଇସ୍ରାଏଲ ଗାଜାରେ ଯୁଦ୍ଧ ଜାରି ରଖିବ। ହମାସ ଦ୍ୱାରା ପରିଚାଳିତ ଗାଜାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ରବିବାର କହିଛନ୍ତି: ସାତ ମାସ ଧରି ଚାଲିଥିବା ଇସ୍ରାଏଲ-ଗାଜା ଯୁଦ୍ଧରେ ୩୪,୬୮୩ ଲୋକ ପ୍ରାଣ ହରାଇଛନ୍ତି। ଗାଜା ଅଞ୍ଚଳରେ ୭୮,୦୧୮ ରୁ ଅଧିକ ଲୋକ ଆହତ ହୋଇଛନ୍ତି।
ବ୍ରାଜିଲରେ ଭୟଙ୍କର ବନ୍ୟା, ୫୬ ମୃତ
ବ୍ରାଜିଲ,୫।୫: ତାଣ୍ଡବ ରଚିଲା ପ୍ରକୃତି। ବ୍ରାଜିଲରେ ଦେଖାଯାଇଛି ଭୟଙ୍କର ବନ୍ୟା । ଦକ୍ଷିଣ ଆଫ୍ରିକାରେ ପ୍ରବଳ ବର୍ଷା କାରଣରୁ ଭୟଙ୍କର ବନ୍ୟା ସୃଷ୍ଟି ହୋଇଛି ।…
ଯୋଗକୁ ଆପଣାଇଲା ପାକିସ୍ତାନ
ଇସ୍ଲାମାବାଦ,୫ା୫ପ୍ରାଚୀନ ଭାରତୀୟ ଶାରୀରିକ, ମାନସିକ ତଥା ଆଧ୍ୟାତ୍ମିକ ଅଭ୍ୟାସ ‘ଯୋଗ’ ବିଶ୍ୱର ଅଧିକାଂଶ ଦେଶରେ ଆଦୃତ ହୋଇଥିବାବେଳେ ଏବେ ପଡ଼ୋଶୀ ଦେଶ ପାକିସ୍ତାନରେ ଏହା ଆନୁଷ୍ଠାନିକ…
ରାହୁଲଙ୍କୁ ପ୍ରଶଂସା କଲେ ପାକିସ୍ତାନ ନେତା…
ନୂଆଦିଲ୍ଲୀ/ଇସଲାମାବାଦ,୪।୫: ପାକିସ୍ତାନୀ ନେତା ଚୌଧୁରୀ ଫୱାଦ ହୁସେନ ପୂର୍ବତନ କଂଗ୍ରେସ ସଭାପତି ତଥା ବରିଷ୍ଠ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରଶଂସା କରିଛନ୍ତି। ଫୱାଦ ହୁସେନ ଏକ୍ସରେ…
ବ୍ରାଜିଲରେ ପ୍ରବଳ ବର୍ଷା: ୩୭ ମୃତ
ବ୍ରାସିଲିଆ,୪।୫: ବ୍ରାଜିଲର ଦକ୍ଷିଣ ପ୍ରାନ୍ତ ରିଓଗ୍ରାଣ୍ଡେ ଡୋ ସୁଲରେ ପ୍ରବଳ ବର୍ଷା ଯୋଗୁ ୩୭ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏନେଇ ସ୍ଥାନୀୟ କର୍ତ୍ତୃପକ୍ଷ…