
ତାଳଚେର,୨ା୯: ପୁଣି ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଣେ ବଡ଼ ବାବୁ। ତାଳଚେର ଖଣି ଉପନିର୍ଦ୍ଦେଶକଙ୍କ ଘରେ ସୋମବାର ଭିଜିଲାନ୍ସ ବିଭାଗ ପକ୍ଷରୁ ରେଡ୍ ଚାଲିଛି। ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କ ଘରେ ଏହି ରେଡ୍ ଚାଲିଥିବା ଜଣାପଡ଼ିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୪ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ଏହି ଚଢ଼ାଉ ଜାରି ରଖିଛି। କେନ୍ଦୁଝରର ପଣ୍ଡାପଡ଼ାସ୍ଥିତ ଶ୍ୱଶୁରଘର, ତେଲକୋଇସ୍ଥିତ ପୈତୃକ ଘର ଓ ଭୁବନେଶ୍ୱର ଏବଂ ତାଳଚେରରେ ଏହି ଛାନ୍ଭିନ୍ କରୁଛି ଭିଜିଲାନ୍ସ ଟିମ୍। ଚଢ଼ାଉ ଚାଲିଥିବାରୁ ମୋଟ୍ ସମ୍ପତ୍ତିର ଆକଳନ କରାଯାଇନାହିଁ। ପରେ ଏ ସମ୍ପର୍କରେ ସବିଶେଷ ତଥ୍ୟ ମିଳିପାରିବ ବୋଲି ଜନୈକ ଭିଜିଲାନ୍ସ ଅଧିକାରୀ କହିଛନ୍ତି।
ତାଳଚେର ପୂର୍ବରୁ ଧରଣୀଧର କେନ୍ଦୁଝରରେ କାର୍ଯ୍ୟରତ ଥିଲେ। ସେ ତାଳଚେରରେ ପ୍ରାୟ ୨ ବର୍ଷ ହେବ ରହିଆସୁଛନ୍ତି।