Wednesday, January 15, 2025
Wednesday, January 15, 2025
Home Latest ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅନୀଲ ଅଗ୍ରଓ୍ବାଲ, ଓଡ଼ିଶାରେ ଆଉ ୧ ଲକ୍ଷ କୋଟି ନିବେଶ କରିବ ବେଦାନ୍ତ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅନୀଲ ଅଗ୍ରଓ୍ବାଲ, ଓଡ଼ିଶାରେ ଆଉ ୧ ଲକ୍ଷ କୋଟି ନିବେଶ କରିବ ବେଦାନ୍ତ

by
0 comment

ମୁମ୍ବାଇ : ବେଦାନ୍ତ ଗତ ଦୁଇ ଦଶନ୍ଧିରେ ଓଡ଼ିଶାରେ ୧ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜି ନିବେଶ କରିଥିବାବେଳେ ରାଜ୍ୟରେ ଆଉ ୧ଲକ୍ଷ କୋଟି ଟଙ୍କାର ନୂତନ ପୁଞ୍ଜି ବିନିଯୋଗ କରିବାକୁ ଘୋଷଣା କରିଛି । ମେକ୍ ଇନ୍ ଓଡ଼ିଶା କନ୍ କ୍ଲେଭ୍ ୨୦୨୫ ରୋଡ୍ ସୋ’ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ସହ ବେଦାନ୍ତ ଗ୍ରୁପ ଅଧ୍ୟକ୍ଷ ଅନୀଲ ଅଗ୍ରଓ୍ବାଲଙ୍କ ଆଲୋଚନାବେଳେ କମ୍ପାନି ଏହି ନିବେଶ ସଂପର୍କରେ ଘୋଷଣା କରିଛି ।

ବେଦାନ୍ତ ଟେଣ୍ଡର ମାଧ୍ୟମରେ ସିଜିମାଳି ଖଣି ପାଇଛି ଯେଉଁଠାରେ ବିପୁଳ ପରିମାଣର ବକ୍ସାଇଟ୍ ଗଚ୍ଛିତ ରହିଛି ।  ଅକ୍ଷୟ ଶକ୍ତି ଦ୍ୱାରା ପରିଚାଳିତ ସବୁଜ ଆଲୁମିନିୟମ ଉତ୍ପାଦନ ଉପରେ ଗୁରୁତ୍ୱ ଦେଇ ବାର୍ଷିକ ୬ ନିୟୁତ ଟନ୍ ଆଲୁମିନିୟମ ରିଫାଇନାରୀ ଓ ୩ ମିଲିୟନ ଟନ୍‍ କ୍ଷମତା ବିଶିଷ୍ଟ ଆଲୁମିନିୟମ କାରଖାନା ପ୍ରତିଷ୍ଠା ଦିଗରେ ଏହି ପୁଞ୍ଜିନିବେଶକୁ କାର୍ଯ୍ୟକାରୀ କରାଯିବ । ଅଟୋ, ଶକ୍ତି, ର୍ନିମାଣ ଏବଂ ରେଲୱେ ଭଳି ଶତାଧିକ କ୍ଷେତ୍ରରେ ବ୍ୟବହୃତ ହେଉଥିବା ଆଲୁମିନିୟମର ଅଧିକ ପ୍ରୟୋଗ ହେଉଥିବାରୁ ଏହା ଆନୁଷଙ୍ଗିକ ଶିଳ୍ପ ପାଇଁ ଏକ ବିଶାଳ ଶିଳ୍ପ କମ୍ପେ୍ଲକ୍ସ ସୃଷ୍ଟି କରିବ ।

୨୦୩୦ ସୁଦ୍ଧା ଅଧା ଟ୍ରିଲିୟନ ଡଲାର ଅର୍ଥନୀତି ହାସଲ କରିବା ଲକ୍ଷ୍ୟ ନେଇ ଓଡ଼ିଶା ଅନ୍ୟତମ ବିକଶିତ ରାଜ୍ୟରେ ପରିଣତ ହେବା ଦିଗରେ ଅଗ୍ରସର ହେଉଥିବା ବେଳେ ବେଦାନ୍ତ ଝାରସୁଗୁଡ଼ା ଭଳି ରାୟଗଡ଼ାକୁ ଏକ ଉଚ୍ଚ ବିକଶିତ ଅଞ୍ଚଳ ଭାବେ ଉଭା ହେବାକୁ ଲକ୍ଷ୍ୟ ରଖିଛି । ଓଡ଼ିଶା ସରକାରଙ୍କ ସହଯୋଗରେ ବେଦାନ୍ତ ଶିକ୍ଷାନୁଷ୍ଠାନ, ଡାକ୍ତରଖାନା, ଦକ୍ଷତା ବିକାଶ କେନ୍ଦ୍ର ଓ ନନ୍ଦଘର ପ୍ରତିଷ୍ଠା କରି ରାଜ୍ୟବାସୀଙ୍କୁ ଉପକୃତ କରିବ । ଓଡ଼ିଶାରେ ଏହା ହେଉଛି ସର୍ବବୃହତ୍‍ ପୁଞ୍ଜିନିବେଶ ଯାହା ୧୦୦୦ ଏମ୍‌ଏସ୍‌ଏମ୍‌ଇ ପାଇଁ ସୁଯୋଗ ସୃଷ୍ଟି ସହିତ ୨ ଲକ୍ଷ ନିଯୁକ୍ତି ସୃଷ୍ଟି କରିବ । 

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ୨୦୪୭ ସୁଦ୍ଧା ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ବିକଶିତ ଭାରତ ପରିକଳ୍ପନା ପ୍ରତି ଓଡ଼ିଶାର ନୂତନ ଡବଲ ଇଞ୍ଜିନ ସରକାର ପ୍ରତିଶ୍ରୁତିବଦ୍ଧ । ୨୦୩୦ ସୁଦ୍ଧା ଓଡ଼ିଶାକୁ ଅଧା ଟ୍ରିଲିୟନ ଡଲାର ଅର୍ଥନୀତିରେ ପରିଣତ କରିବାକୁ ଲକ୍ଷ୍ୟ ରଖାଯାଇଥିବାରୁ ଆମେ ନୂଆ ଓଡ଼ିଶାରେ ପୁଞ୍ଜିନିବେଶ କରିବାକୁ ବିଶ୍ୱକୁ ଆମନ୍ତ୍ରଣ କରୁଛୁ । ଆମେ ଜାନୁଆରୀ ୨୦୨୫ରେ ମେକ୍ ଇନ୍ ଓଡ଼ିଶା କାର୍ଯ୍ୟକ୍ରମ ଉତ୍କର୍ଷ ଓଡ଼ିଶା ଆୟୋଜନ କରୁଛୁ ଏବଂ ଆଜି ପ୍ରି-ଇଭେଣ୍ଟ ରୋଡ୍ ସୋ’ ସମୟରେ ଆମେ ବେଦାନ୍ତ ଅଧ୍ୟକ୍ଷ ଅନୀଲ ଅଗ୍ରୱାଲଙ୍କ ସହ ଫଳପ୍ରଦ ଆଲୋଚନା କରିଛୁ ଯିଏ କି ଆମର ନୂତନ ସୁଦୃଢ଼ ନୀତି ଢାଞ୍ଚାରେ ପ୍ରଭାବିତ ହୋଇଛନ୍ତି । ସେ ଆମ ସରକାରଙ୍କ ସହ ହାତ ମିଳାଇ ଓଡ଼ିଶାରେ ପୁଞ୍ଜିନିବେଶକୁ ଦ୍ୱିଗୁଣିତ କରିଛନ୍ତି । ନୂଆ ଆଳୁମିନା ପ୍ରକଳ୍ପରେ ୧ ଲକ୍ଷ କୋଟି ଟଙ୍କାର ବିନିଯୋଗ ସୁଯୋଗ ରହିଛି ଯାହା ରାଜ୍ୟବାସୀଙ୍କ ପାଇଁ ଅଧିକ ନିଯୁକ୍ତି ସୃଷ୍ଟି କରିବ । ଏହି ନୂତନ ବିନିଯୋଗ ପାଇଁ ଶ୍ରୀ ଅଗ୍ରୱାଲଙ୍କୁ ଧନ୍ୟବାଦ ଜଣାଉଛି ଏବଂ ଏହି ପ୍ରକଳ୍ପଗୁଡିକର ବିକାଶ ଦିଗରେ ରାଜ୍ୟ ସରକାର ପୂର୍ଣ୍ଣ ସହଯୋଗ କରିବେ ବୋଲି ମୁଖ୍ୟମନ୍ତୀ ସୁନିଶ୍ଚିତ କରିଛନ୍ତି ।

ବେଦାନ୍ତ ଅଧ୍ୟକ୍ଷ ଅନୀଲ ଅଗ୍ରୱାଲ କହିଛନ୍ତି ଯେ ବେଦାନ୍ତର ଅଭିବୃଦ୍ଧିରେ ଓଡ଼ିଶା ସବୁବେଳେ ଗୁରୁôବପୂର୍ଣ୍ଣ ଭୂମିକା ଗ୍ରହଣ କରିଛି । ଆମର ପୁଞ୍ଜିନିବେଶ ରାଜ୍ୟର ସାମଗ୍ରିକ ଅଭିବୃଦ୍ଧି ଏବଂ ବୃହତ ଶିଳ୍ପାୟନ ପ୍ରତି ଆମର ପ୍ରତିବଦ୍ଧତାକୁ ପ୍ରତିଫଳିତ କରେ । 

You may also like

Leave a Comment

About Us

Welcome to janashakti.news/od, your trusted source for breaking news, insightful analysis, and captivating stories from around the globe. Whether you’re seeking updates on politics, technology, sports, entertainment, or beyond, we deliver timely and reliable coverage to keep you informed and engaged.

@2024 – All Right Reserved – janashakti.news/od