ରାଜ୍ୟରେ କ୍ରମାଗତ ୨ୟ ଦିନରେ ବଜ୍ରପାତ: ୬ ଜଣଙ୍କ ମୃତ୍ୟୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଅନୁକମ୍ପା ରାଶି ଘୋଷଣା
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ଶନିବାର ଭଳି ରବିବାର ଅପରାହ୍ଣରେ ବଜ୍ରପାତ ଜନିତ ମୃତ୍ୟୁ ଘଟିଛି। ବଜ୍ରପାତ ଯୋଗୁଁ କେନ୍ଦ୍ରାପଡ଼ାରେ ୨ ଜଣ ଲୋକଙ୍କର ମୃତ୍ୟୁ ହୋଇଛି। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର ଓ ସୁବର୍ଣ୍ଣପୁର ଜିଲ୍ଲାରେ ଜଣେ ଲେଖାଏଁ ଲୋକ ପ୍ରାଣ ହରାଇଛନ୍ତି। ବଜ୍ରପାତ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକପ୍ରକାଶ କରିଛନ୍ତି। ଆହତଙ୍କ ପାଇଁ ସମବେଦନା ଜଣାଇବା ସହ ମୃତକଙ୍କ ପରିବାର ପାଇଁ ସହାୟତା ଘୋଷଣା କରିଛନ୍ତି। ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ରାଶି ମିଳିବ। ଆହତମାନଙ୍କ ଚିକିତ୍ସା ରାଜ୍ୟ ସରକାର କରିବେ ବୋଲି କହିଛନ୍ତି।
Sambad is now on WhatsApp
Join and get latest news updates delivered to you via WhatsApp
ଅନ୍ୟ ରିପୋର୍ଟ: ରାଜ୍ୟରେ ବଜ୍ରପାତ: ଦିନକରେ ୯ ଜଣଙ୍କ ମୃତ୍ୟୁ, ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ସୂଚନାଯୋଗ୍ୟ, ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ୯ ଜଣଙ୍କର ମୃତ୍ୟୁ ହୋଇଥିଲା। ମୟୂରଭଂଜ ଜିଲ୍ଲା ବେତନଟୀ ବ୍ଲକ ଅଧୀନ ମେର୍ଦ୍ଦା ପଞ୍ଚାୟତର ସିଙ୍ଗାରପୁର ଗ୍ରାମରେ ସ୍ବାମୀ-ସ୍ତ୍ରୀ, କେନ୍ଦ୍ରାପଡ଼ା ଜିଲ୍ଲାର ରାଜକନିକା, ଗଂଜାମ ଜିଲ୍ଲା ତାରାସିଂ, କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର, ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର, ଯାଜପୁର ଜିଲ୍ଲାର କୋରେଇ, ଭଦ୍ରକ ଜିଲ୍ଲା ଆଗରପଡ଼ା ଓ ବରଗଡ଼ ଜିଲ୍ଲା ବରପାଲି ଅଞ୍ଚଳରେ ଜଣଙ୍କର ମୃତ୍ୟୁ ହୋଇଥିଲା।