Thursday, January 9, 2025
Thursday, January 9, 2025
Home ଦେଶ- ବିଦେଶ ରାଷ୍ଟ୍ରପତି କେଉଁଠି କେଉଁ କାର୍ଯ୍ୟକ୍ରମରେ ଯୋଗଦେବେ? ‌ସଂକ୍ଷେପରେ ଜାଣନ୍ତୁ

ରାଷ୍ଟ୍ରପତି କେଉଁଠି କେଉଁ କାର୍ଯ୍ୟକ୍ରମରେ ଯୋଗଦେବେ? ‌ସଂକ୍ଷେପରେ ଜାଣନ୍ତୁ

by
0 comment

ଭୁବନେଶ୍ବର: ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କ ଐତିହାସିକ ଓଡ଼ିଶା ଗସ୍ତ ମଙ୍ଗଳବାର ଠାରୁ ଆରମ୍ଭ ହୋଇଯାଇଛି। ମହାମହିମ ଶ୍ରୀମତୀ ମୁର୍ମୁ ଆଜି ସନ୍ଧ୍ୟା ୫ଟାରେ ଭୁବନେଶ୍ବରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି। ସେ ରାଜ୍ୟରେ ୫ ଦିନ ରହି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଏହି ଐତିହାସିକ ଦିବସକୁ ସ୍ମରଣୀୟ ରଖିବା ପାଇଁ ସରକାର ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସୁରକ୍ଷା ବ୍ୟବସ୍ଥା ପାଇଁ ଭୁବନେଶ୍ବରରେ ୪୦ ପ୍ଲାଟୁନ୍‌ ପୁଲିସ ମୁତୟନ ହୋଇଛନ୍ତି।

ପୁରୀରେ ମହାପ୍ରଭୁଙ୍କ ଦର୍ଶନ, ନୌସେନା ଦିବସରେ ଯୋଗଦାନ

ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ  ବୁଧବାର ସକାଳ ୯ଟାରେ ରାଜଭବନରୁ ବାହାରିବେ। ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ଏକ ସ୍ବତନ୍ତ୍ର ହେଲିକ୍ୟାପ୍ଟର ଯୋଗେ ପୂର୍ବାହ୍ନ ୯ଟା ୪୫ମିନଟରେ ପୁରୀସ୍ଥିତ ତାଳବଣୀଆ ହେଲିପ୍ୟାଡରେ ଅବତରଣ କରିବେ। ସେଠାରେ ପୂର୍ବାହ୍ଣ ୧୦ଟା ସମୟରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି। ଏହାପରେ ୧୦.୫୦ରେ ପୁରୀସ୍ଥିତ ଶ୍ରୀ ଗୋପବନ୍ଧୁ ଆୟୁର୍ବେଦିକ ମହାବିଦ୍ୟାଳୟର ୭୫ତମ ବାର୍ଷିକ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେବେ। ମଧ୍ୟାହ୍ନ ୧୨ଟାରେ ସେଠାରୁ ବାହାରି ପୁରୀ ରାଜଭବନ ଠାରେ ମଧ୍ୟାହ୍ନ ଭୋଜନ ପରେ ଅପରାହ୍ନ ୩ଟା ୩୦ମିନିଟ ସମୟରେ ନୌସେନା ଦିବସ କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ଯୋଗଦେବେ। ବୁଧବରୀ ରାତି ପୁରୀ ରାଜଭବନ ଠାରେ ରାଷ୍ଟ୍ରପତିଙ୍କ ରାତ୍ରୀଯାପନ କରିବାର କାର୍ଯ୍ୟକ୍ରମ ରହିଛି। 

ଏହି ଖବର ପଢ଼ନ୍ତୁ: ନୌସେନା ଦିବସ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ

ତୃତୀୟ ଦିନରେ ଜଡିସିଆଲ କୋର୍ଟର ଉଦ୍‌ଘାଟନ

ଗସ୍ତର ତୃତୀୟ ଦିନରେ ରାଷ୍ଟ୍ରପତି ଗୁରୁବାର ସକାଳ ୯ଟା ୩୫ମିନିଟ ସମୟରେ ପୁରୀରୁ ବାହାରି ପୁର୍ବାହ୍ନ ୧୦ଟା ୩୦ମିନିଟ ସମୟରେ ଭୁବନେଶ୍ୱର ବିଜୁପଟ୍ଟନାୟକ ବିମାନବନ୍ଦର ପହଞ୍ଚିବେ। ୧୦ଟା ୫୦ମିନିଟରେ ଓଡିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ (ଓୟୁଏଟି)ର ୪୦ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ମଧ୍ୟାହ୍ନ ୧୨ଟାରେ ସେଠାରୁ ବାହାରି ରାଜଭବନରେ ମଧ୍ୟାହ୍ନ ଭୋଜନ କରିବାପରେ ସନ୍ଧ୍ୟା ୫ଟା ୧୦ମିନିଟରେ ଭୂବନେଶ୍ୱର ‘ଜୁଡିସିଆଲ କୋର୍ଟ କମ୍ପ୍ଲେକ୍ସ’ର ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ସନ୍ଧ୍ୟା ୬ଟା ୩୦ମିନିଟରେ ସେଠାରୁ ବାହାରି ରାଜଭବନ ଠାରେ ରାତ୍ରୀଯାପନ କରିବେ। 

ଏହି ଖବର ପଢ଼ନ୍ତୁ: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଏକତା

ଚତୁର୍ଥ ଦିନରେ ଜନ୍ମମାଟିରେ ବିଭିନ୍ନ କାର୍ଯ୍ୟକ୍ରମ

ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ଡିସେମ୍ବର ୬ ତାରିଖ (ଶୁକ୍ରବାର) ସକାଳ ୯ଟାରେ ରାଜଭବନରୁ ବାହାରି ଡକ୍ଟର ବି.ଆର୍.ଆମ୍ବେଦକରଙ୍କ ମହାପ୍ରୟାଣ ଦିବସ ଅବସରରେ ଭୁବନେଶ୍ୱର ଏ.ଜି.ଛକ ଠାରେ ବାବା ସାହେବଙ୍କ ପ୍ରତିମୁର୍ତ୍ତୀରେ ମାଲ୍ୟାର୍ପଣ କରିବେ। ଏହାପରେ ପୂର୍ବାହ୍ନ ୯.୧୫ମିନିଟ ସମୟରେ ବିଜୁପଟ୍ଟନାୟକ ବିମାନବନ୍ଦରରୁ ବାୟୁସେନାର ବିମାନ ଯୋଗେ ପଶ୍ଚିମବଙ୍ଗସ୍ଥିତ କଲେଇକୁଣ୍ଡା ଏୟାରବେସରେ ୧୦.୧୫ମିନିଟ ସମୟରେ ଅବତରଣ କରିବେ। ଏହା ପରେ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ମୟୂରଭଞ୍ଜ ଜିଲ୍ଲାର ବାଦାମପାହାଡସ୍ଥିତ ରଙ୍ଗାମାଟିଆ ଅସ୍ଥାୟୀ ହେଲିପ୍ୟାଡରେ ପୁର୍ବାହ୍ନ ୧୧ଟା ୦୫ମିନିଟରେ  ଅବତରଣ କରିବେ। ସେଠାରୁ ସଡକପଥରେ ନିଜ ଜନ୍ମଗାଁ ଉପରବେଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପହଞ୍ଚି ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କ ସହ ଭାବବିନିମୟ କରିବେ। ମଧ୍ୟାହ୍ଣ ୧୨.୦୫ରେ ସେଠାରୁ ବାହାରି ଉପରବେଡାସ୍ଥିତ ପୈତୃକ ଘରେ ପହଞ୍ଚି ଆତ୍ମୀୟସ୍ବଜନ ଓ ଗ୍ରାମବାସୀଙ୍କ ସହ ରାଷ୍ଟ୍ରପତି ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ମଧ୍ୟାହ୍ନ ୧୨.୩୦ମିନିଟରେ ଉପରବେଡାରୁ ବାହାରି ସଡକପଥରେ ରାଇରଙ୍ଗପୁରସ୍ଥିତ ଗେଷ୍ଟ ହାଉସ ଠାରେ ପହଞ୍ଚି ମଧ୍ୟାହ୍ନ ଭୋଜନ କରିବେ। ଅପରାହ୍ନ ୩ଟା ସମୟରେ ସେଠାରୁ ବାହାରି ରାଇରଙ୍ଗପୁରସ୍ଥିତ ଉପଖଣ୍ଡସ୍ତରୀୟ ଡାକ୍ତରଖାନାରେ ପହଞ୍ଚି ନିଜ ସ୍ବାମୀ ଓ ୨ପୁତ୍ରଙ୍କ ସ୍ମୃତିରେ ସ୍ଥାପନ କରିଥିବା ଏସ.ଏଲ୍.ଏସ୍. ଟ୍ରଷ୍ଟ ପକ୍ଷରୁ ଏକ ଆମ୍ବୁଲାନ୍ସ ଡାକ୍ତରଖାନାକୁ ହସ୍ତାନ୍ତର କରିବା ସହ ଯାନକୁ ପତାକା ଦେଖାଇ ଶୁଭାରମ୍ଭ କରିବେ। ଏହାପରେ ଅପରାହ୍ନ ୪ଟା ସମୟରେ ରାଇରଙ୍ଗପୁର ମହିଳା ମହାବିଦ୍ୟାଳୟ ଠାରେ ପହଞ୍ଚି ବିଦ୍ୟାର୍ଥୀ ଓ ଶିକ୍ଷକଙ୍କ ସହ ଭାବବିନିମୟ କରିବେ। ସେଠାରୁ ବାହାରି ଅପରାହ୍ନ ୪ଟା ୫୦ମିନିଟ ସମୟରେ ରାଇରଙ୍ଗପୁରସ୍ଥିତ ପୁଣ୍ୟେଶ୍ବର ଶିବମନ୍ଦିର ଠାରେ ନୂତନ ଭାବେ ସ୍ଥାପିତ ଗଣେଶ ମୂର୍ତ୍ତିକୁ ଉନ୍ମୋଚନ କରିବେ ଏବଂ ଆଳତୀ କରିବେ ପରେ ନିଜ ବାସଭବନକୁ ଆସି ରାତ୍ରୀଯାପନ କରିବେ। 

ଏହି ଖବର ପଢ଼ନ୍ତୁ: ଆର ମାସକୁ ଘୁଞ୍ଚିଲା ଚିନ୍ମୟ ଦାସଙ୍କ ଜାମିନ ଆବେଦନ ଶୁଣାଣି

ଗସ୍ତର ଅନ୍ତିମ ଦିନରେ ଏକାଧିକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ  

ଗସ୍ତର ଅନ୍ତିମ ଦିନ ଡିସେମ୍ବର ୭ ତାରିଖ  (ଶନିବାର) ପୂର୍ବାହ୍ନ ୧୦ଟାରେ ରାଇରଙ୍ଗପୁରସ୍ଥିତ ନିଜ ବାସଭବନରୁ ବାହାରି ଦଣ୍ଡବୋଷ ହେଲିପ୍ୟାଡରୁ ହେଲିକ୍ୟାପ୍ଟର ଯୋଗେ ଆସି ୧୦ଟା ୪୫ମିନିଟ ସମୟରେ ବାଙ୍ଗରିପୋଷିସ୍ଥିତ ଅସ୍ଥାୟୀ ହେଲିପ୍ୟାଡରେ ପହଞ୍ଚିବେ। ହେଲିପ୍ୟାଡରୁ ପୁର୍ବାହ୍ନ ୧୧ଟା ସମୟରେ ବାହାରି ବାଙ୍ଗରିପୋଷୀ ରେଳଷ୍ଟେସନସ୍ଥିତ ସଭାସ୍ଥଳରେ ପହଞ୍ଚିବେ। ବାଙ୍ଗରିପୋଷୀ ସଭାସ୍ଥଳରେ ବାଙ୍ଗରିପୋଷୀ-ଗୋରୁମହିଷାଣି, ବୁଢାମରା- ଚାକୁଳିଆ, ବାଦାମପାହାଡ-କେନ୍ଦୁଝର ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ଭର୍ଚ୍ଚୁଆଲ ମୋଡରେ ରାଇରଙ୍ଗପୁର ଠାରେ ଆଦିବାସୀ ରିସର୍ଚ୍ଚ ସେଣ୍ଟର, ରାଇରଙ୍ଗପୁର ଦାଣ୍ଡବୋଷ ବିମାନବନ୍ଦର ଉନ୍ନତୀକରଣ ଓ ରାଇରଙ୍ଗପୁର ଉପଖଣ୍ଡସ୍ତରୀୟ ଡାକ୍ତରଖାନାରେ ଏକ ନୂତନକୋଠା ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ରଖିବେ। ମଧ୍ୟାହ୍ନ ୧୨ଟା ୧୫ମିନିଟରେ ବାଙ୍ଗରିପୋଷି ସଭାସ୍ଥଳରୁ ବାହାରି ବାୟୁସେନାର ହେଲିକ୍ୟାପ୍ଟର ଯୋଗେ ପଶ୍ଚିମବଙ୍ଗସ୍ଥିତ କଲେଇକୁଣ୍ଡା ଏୟାରବେସରେ ପହଞ୍ଚି ସେଠାରୁ ବିମାନ ଯୋଗେ ନୂଆଦିଲ୍ଲୀକୁ ଯାତ୍ରା କରିବେ। 

ଏହି ଖବର ପଢ଼ନ୍ତୁ: ବିବାହ ବନ୍ଧନରେ ବାନ୍ଧି ହେବେ ପିଭି ସିନ୍ଧୁ

  • Dec 03, 2024 17:09 IST

    ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

    ଭୁବନେଶ୍ବରର ନିଳାଦ୍ରୀବିହାରରେ ରଘୁନାଥ ମୁର୍ମୁଙ୍କର ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଯାଇଛି। ଏହି ପ୍ରତିମୂର୍ତ୍ତିକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ସନ୍ଧ୍ୟାରେ ଉନ୍ମୋଚନ କରିଛନ୍ତି। ଏହି ଅବସରରେ ରାଷ୍ଟ୍ରପତିଙ୍କୁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ପ୍ରଭାତୀ ପରିଡ଼ା, ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ତାଙ୍କୁ ସ୍ବାଗତ ଜଣାଇଥିଲେ। କାର୍ଯ୍ୟକ୍ରମରେ  ରାଷ୍ଟ୍ରପତିଙ୍କୁ ସ୍ବାଗତ ଜଣାଇବା ପାଇଁ ସାନ୍ତାଳ ସଂପ୍ରଦାୟରେ ଲୋକେ ମଧ୍ୟ ଉପସ୍ଥିତ ଥିଲେ।

  • Dec 03, 2024 16:49 IST

    ରାଷ୍ଟ୍ରପତିଙ୍କୁ ସ୍ବାଗତ ଜଣାଇଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ

    ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଲା ପରେ ତାଙ୍କୁ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସ୍ବାଗତ କରିଥିଲେ। ଏହା ପରେ ରାଷ୍ଟ୍ରପତି ବିମାନବନ୍ଦରରୁ ବାହାରି ନିଳାଦ୍ରୀବିହାର ଚନ୍ଦ୍ରଶେଖରପୁର ଅଭିମୁଖେ ବାହାରିଛନ୍ତି। ସେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚନ କାର୍ଯ୍ୟକ୍ରମରେ ଯୋଗଦେବେ। 

  • You may also like

    Leave a Comment

    About Us

    Welcome to janashakti.news/od, your trusted source for breaking news, insightful analysis, and captivating stories from around the globe. Whether you’re seeking updates on politics, technology, sports, entertainment, or beyond, we deliver timely and reliable coverage to keep you informed and engaged.

    @2024 – All Right Reserved – janashakti.news/od